ପୋଡ଼ିହୋଇ ବୃଦ୍ଧା ମୃତ

ଢେଙ୍କିକୋଟ: ଘଟଗାଁ ବ୍ଲକ୍‌ ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ଖୁଦପୁଟୁଳି ଗ୍ରାମରେ ପ‌ୋଡ଼ି ହୋଇ ଜଣେ ବୃଦ୍ଧା ପ୍ରାଣ ହରାଇଛନ୍ତି। ମୃତକ ଜଣଙ୍କ ହେଲେ ସୁମି ମୁଣ୍ଡା (୭୧)। ସୁମି ଆଜି ସକାଳେ ଘରେ ରୋଷେଇ କରୁଥିବା ବେଳେ ତାଙ୍କ ଶାଢ଼ିରେ ନିଆଁ ଲାଗିଯାଇଥିଲା। ଫଳରେ ତାଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଥିଲା।

ଗୁରୁତର ଅବସ୍ଥାରେ ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଢେଙ୍କିକୋଟ ଫାଣ୍ଡି ଏଏସ୍‌ଆଇ ସୁରଥ ଦେହୁରୀ କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ଯାଇ ଶବ ବ୍ୟବଚ୍ଛେଦ କରାଇଛନ୍ତି। ଏନେଇ ଘଟଗାଁ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହେଇଛି।

ସମ୍ବନ୍ଧିତ ଖବର