ରାଇରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ୍। ମୟୁରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଝରଣ ନିକଟରେ ଘଟିଛି ଏଭଳି ଦୁର୍ଘଟଣା। ଏହି ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଥିବା ଜଣାଯାଇଛି। ସମସ୍ତଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।
/sambad/media/post_attachments/wp-content/uploads/2020/12/Rairangpur2.jpg)
ସୂଚନା ଅନୁସାରେ, ଯାତ୍ରୀବାହୀ ବସ୍ ‘ଆପୁ’ (ଓଡ଼ି-୧୧ଏ-୦୦୭୮) ରାଇରଙ୍ଗପୁରରୁ ଉଦଳା ଫେରୁଥିବା ସମୟରେ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଝରଣ ନିକଟରେ ଭାରସାମ୍ୟ ହରାଇ ରାସ୍ତାକଡ଼ ବିଲରେ ଓଲଟି ପଡିଥିଲା। ବସ୍ରେ ପ୍ରାୟ ୫୦ଉର୍ଦ୍ଧ୍ଵ ଯାତ୍ରୀ ଥିଲେ। ସେଥି ମଧ୍ୟରୁ ୨୦ରୁ ଅଧିକ ଆହତ ହୋଇଥିବା ବେଳେ ୩ ଜଣ ଯାତ୍ରୀ ଗୁରୁତର ହୋଇଥିବା ଜଣାପଡ଼ିଛ।
/sambad/media/post_attachments/wp-content/uploads/2020/12/Rairangpur.jpg)
ଘଟଣାସ୍ଥଳରୁ ସମସ୍ତ ଆହତଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗୁରୁତରମାନଙ୍କୁ ବାରିପଦାସ୍ଥିତ ପିଆରଏମ୍ ମେଡିକାଲ କଲେଜକୁ ସ୍ଥାନାନ୍ତର କରାଯାଇଛି। ବସ୍ରେ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଏଭଳି ଘଟଣା ଘଟିଥିବା ପ୍ରାଥମିକ ସୂତ୍ରରୁ ଜଣାପଡ଼ିଛି।
/sambad/media/post_attachments/wp-content/uploads/2020/12/a89706fe-dcdb-4a70-89ed-75e3c31998f5-1024x471.jpg)
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/12/Rairangpur1.jpg)