ଛେଣ୍ଡିପଦା: ଓଲଟି ପଡ଼ିଲା ବସ, ୧୦ ଆହତ

ଛେଣ୍ଡିପଦା(ଅନୁଗୁଳ): ଆଜି ସକାଳେ ୫୫ ନମ୍ବର ଜାତୀୟ ରାଜପଥର ଅନୁଗୁଳ ଜିଲ୍ଲା ଜରପଡ଼ା ଥାନା ତୁବେ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ୧୦ଜଣ ଯାତ୍ରୀ ଆହତ ହୋଇଛନ୍ତି। ଖବରପାଇ ପୁଲିସ ଓ ଦମକଳ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତିି।
ମିଳିଥିବା ସୂଚନା ଅନୁଯାୟୀ, ‘ତିରୁପତି’ ନାମକ ଘରୋଇ ବସଟି କେତେକ ଯାତ୍ରୀ ନେଇ ନୂଆପଡ଼ାରୁ ଭୁବନେଶ୍ୱର ଯାଉଥିବା ବେଳେ ଭୋର ଭୋରରୁ ୫୫ ନମ୍ବର ଜାତୀୟ ରାଜପଥର ତୁବେ ନିକଟରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଦୃତଗତିରେ ଯାଉଥିବାରୁ ବସ୍‌ର ଡ୍ରାଇଭର ବସ ଉପରୁ ନିୟନ୍ତ୍ରଣ ହରାଇବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ତେବେ ଏହି ଦୁର୍ଘଟଣାରେ ବିଶେଷ କିଛି କ୍ଷତି ହୋଇ ନଥିବା ବେଳେ ବସରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୧୦ ଜଣ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣଙ୍କୁ ଅନୁଗୁଳ ଜିଲ୍ଲା ଚିକିିତ୍ସାଳରେ ଭର୍ତ୍ତି କରାଯାଇଛି।

ସମ୍ବନ୍ଧିତ ଖବର