କଳିଙ୍ଗା ଘାଟିରେ ଜିଆଇ ତାର ବୋଝେଇ ମାଲବାହି ଟ୍ରକ ଦୁର୍ଘଟଣା ଗ୍ରସ୍ତ: କଟରରେ ଟ୍ରକ୍ କାଟି ଚାଳକଙ୍କୁ ଉଦ୍ଧାର

Advertisment

କନ୍ଧମାଳ ଜିଲା ଘୁ.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟିର ପ୍ରଥମ ବୁଲାଣିରେ ଏକ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ୧୬ ଚକିଆ ଟ୍ରକ୍‌ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଟ୍ରକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି...

କନ୍ଧମାଳ ଜିଲା ଘୁ.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟିର ପ୍ରଥମ ବୁଲାଣିରେ ଏକ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ୧୬ ଚକିଆ ଟ୍ରକ୍‌ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଟ୍ରକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି...

IMG-20241114-WA0172

ଘୁ. ଉଦୟଗିରି: କନ୍ଧମାଳ ଜିଲା ଘୁ.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗା ଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟିର ପ୍ରଥମ ବୁଲାଣିରେ ଏକ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଏପି ୩୯ ଟିକ୍ୟୁ ୭୫୭୫ ନମ୍ବର ବିଶିଷ୍ଟ ୧୬ ଚକିଆ ଟ୍ରକ୍‌ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଟ୍ରକ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି।

ଘଟଣାସ୍ଥଳରେ ଘୁ.ଉଦୟଗିରି ଅଗ୍ନିଶମ ବାହିନୀ, ପୋଲିସ ଓ କଳିଙ୍ଗାର କିଛି ଯୁବକ ପହଞ୍ଚି ବହୁ କଷ୍ଟରେ ଗ୍ୟାସ୍‌ କଟର ମେସିନ ସାହାଯ୍ୟରେ ଟ୍ରକ୍‌ର କିଛି ଅଂଶ କାଟି ଗାଡ଼ି ଚାଳକଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ଚିକିତ୍ସାଳୟକୁ ନେଇଯାଇଥିଲେ।

ଅଧିକ ପଢ଼ନ୍ତୁ: ସୁପ୍ରିମକୋର୍ଟରେ ଜୟନାରାୟଣଙ୍କୁ ବଡ଼ ଝଟକା: ଆଗୁଆ ଜାମିନ ଆବେଦନ ଖାରଜ

ପରିତାପର ବିଷୟ ଦୀର୍ଘ ମାସ ହେଲାଣି କଳିଙ୍ଗା ଘାଟିରେ ୧୦ଟି ସୋଲାର ଲାଇଟ୍‌ ଅଚଳ ହୋଇପଡ଼ିଛି। ଜାତୀୟ ରାଜପଥ କର୍ତ୍ତୃପକ୍ଷ ନୀରବ ଦ୍ରଷ୍ଟା ସାଜିଛନ୍ତି। ଏହି ନିର୍ଦ୍ଦିଷ୍ଟ ବୁଲାଣିରେ ବାରମ୍ବାର ଦୁର୍ଘଟଣା ଘଟୁଥିବା ବେଳେ ଜାତୀୟ ସଡ଼କ କର୍ତ୍ତୃପକ୍ଷ ନୀରବ ରହିବା ନେଇ ସାଧାରଣରେ ଅଧିକାରୀମାନଙ୍କ କାର୍ଯ୍ୟଦକ୍ଷତାକୁ ନେଇ ସାଧାରଣରେ ପ୍ରଶ୍ନ ଉଠୁଛି। 

ଅଧିକ ପଢ଼ନ୍ତୁ: ଟ୍ରକ୍‌କୁ ପଛପଟୁ ଧକ୍କା ଦେଲା ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe