ଅଗ୍ନିକାଣ୍ଡରେ ଜଳିଗଲା ଲୁଗା ଦୋକାନ: ସର୍ଟସର୍କିଟ ସନ୍ଦେହ

କେନ୍ଦ୍ରାପଡ଼ା ଟାଉନ ଥାନା ବଡ଼ହାଟରେ ଥିବା ଏକ ଲୁଗା ଦୋକାନରେ ନିଆଁ ଲାଗିଯାଇଛି। ନିଆଁ ଲାଗି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି। ନିଆଁରେ ଲକ୍ଷାଧିକ ଟଙ୍କାର ଲୁଗା ପୋଡ଼ି ପାଉଁଶ ହୋଇଯାଇଥିବା ଜଣାଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି...

1ammnzxp-123

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଟାଉନ ଥାନା ବଡ଼ହାଟରେ ଥିବା ଏକ ଲୁଗା ଦୋକାନରେ ନିଆଁ ଲାଗିଯାଇଛି।  ନିଆଁ ଲାଗି ଦୋକାନ ସମ୍ପୂର୍ଣ୍ଣ ଜଳିଯାଇଛି।  ନିଆଁରେ  ଲକ୍ଷାଧିକ ଟଙ୍କାର ଲୁଗା ପୋଡ଼ି ପାଉଁଶ ହୋଇଯାଇଥିବା ଜଣାଯାଇଛି। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି।

ଗୁରୁବାର ଭୋର ସମୟରେ ଲୁଗା ଦୋକାନରେ ନିଆଁ ଲାଗି ଯାଇଥିଲା। ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ସେତେବେଳକୁ ଲକ୍ଷାଧିକ ଟଙ୍କାର ଲୁଗା ଜଳିପୋଡ଼ି ପାଉଁଶ ହୋଇଯାଇଥିଲା।

ଅଧିକ ପଢ଼ନ୍ତୁ:ମଦ ପିଇ ଚାଲିଗଲା ଦାଦା ଓ ପୁତୁରାଙ୍କ ଜୀବନ

ଲୁଗା ଦୋକାନରେ କିପରି ନିଆଁ ଲାଗିଲା ତାହାର କାରଣ ଜଣାପଡ଼ି ନାହିଁ। ସର୍ଟସର୍କିଟ ଯୋଗୁ ଏହି ନିଆଁ ଲାଗିଥିବା ସନ୍ଦେହ କରାଯାଉଛି।  

ଅଧିକ ପଢ଼ନ୍ତୁ: ପୁଲିସ ଉପରେ ବୋମାମାଡ଼ କରି ଖସିଯିବାକୁ ଗୋଚାଲାଣକାରୀଙ୍କ ଉଦ୍ୟମ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe