ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଝାରସୁଗୁଡା ଜିଲ୍ଲାର ଲଖନ୍ପୁରଠାରେ ଏକ ଆଇଟିଆଇ ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ଏବଂ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ। ସୂଚନାଯୋଗ୍ୟ ଯେ ଝାରସୁଗୁଡା ଜିଲ୍ଲା ଏକ ଖଣିବହୁଳ ଅଞ୍ଚଳ। ଏଠାରେ ଖଣି ଉତ୍ତୋଳନ ଓ ଅନ୍ୟାନ୍ୟ ଆନୁସାଙ୍ଗିକ କାମ ପାଇଁ ଦକ୍ଷ ମାନବସମ୍ବଳର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏଠାରେ ଆଇଟିଆଇ ପ୍ରତିଷ୍ଠା କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି । ଏହି ନୂତନ ଆଇଟିଆଇରେ ୯ଟି ବିଷୟରେ ପ୍ରଶିକ୍ଷଣ ଦିଆଯିବ। ମଞ୍ଜୁର ହୋଇଥିବା ଅର୍ଥରେ କୋଠା ନିର୍ମାଣ କରାଯିବା ସହିତ ବିଭିନ୍ନ ଉପକରଣ ଓ ଯନ୍ତ୍ରପାତି କିଣାଯିବ।
ଝାରସୁଗୁଡା ଜିଲ୍ଲା ଲଖନ୍ପୁରଠାରେ ଆଇଟିଆଇ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
/sambad/media/post_attachments/wp-content/uploads/2023/04/Naveen.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)