ଓଡ଼ିଶାର ସବୁଠାରୁ ଥଣ୍ଡା ସହର ଘୁ.ଉଦୟଗିରି, ୧୦ଡିଗ୍ରୀ ତଳକୁ ଖସିଲା ପାରଦ

ଓଡ଼ିଶାର ସବୁଠାରୁ ଥଣ୍ଡା ସହର ଘୁ.ଉଦୟଗିରି, ୧୦ଡିଗ୍ରୀ ତଳକୁ ଖସିଲା ପାରଦ

ଘୁ.ଉଦୟଗିରି: ଚଳିତ ବର୍ଷ ଶୀତ ଏକପ୍ରକାର ଲୁଚକାଳି ଖେଳୁଥିବା ବେଳେ ଶୀତ ଋତୁ ଆରମ୍ଭର ଦୀର୍ଘ ଦିନ ବ୍ୟବଧାନ ପରେ ଆଜି ପ୍ରବଳ ଥଣ୍ଡା ଅନୁଭୂତ ହେଉଛି ଘୁ.ଉଦୟଗିରି ଅଞ୍ଚଳରେ।ପାରଦ ୧୦ଡିଗ୍ରୀ ତଳକୁ ଖସି ଆସିଛି।ଆଜି ଘୁ.ଉଦୟଗିରି ସହରର ତାପମାତ୍ରା ୯.୪ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଓଡ଼ିଶାର ସବୁଠାରୁ କମ ତାପମାତ୍ରା ଏବଂ ଥଣ୍ଡା ସହର ଭାବେ ଘୁ.ଉଦୟଗିରି ସ୍ଥାନିତ ହୋଇ ଥଣ୍ଡା ସହର ପାଇଁ ଚର୍ଚ୍ଚାରେ ରହିଛି ବାତ୍ୟା,ବର୍ଷା, ମେଘ ପରେ ଗତ ଦୁଇ ଦିନ ହେଲା ଆକାଶ ନିର୍ମଳ ରହିବା ସହ ଥଣ୍ଡାର ପ୍ରକୋପ ଧୀରେ ଧୀରେ ଅନୁଭୂତ ହେବା ପରେ ଗତ ରାତିରୁ ଥଣ୍ଡା ନିଜ ପ୍ରକୋପ ଦେଖେଇଛି।ପ୍ରବଳ ଥଣ୍ଡାରେ ସାରା ଅଞ୍ଚଳ ଥରୁଛି।ଘୁ.ଉଦୟଗିରି ସହରର ତାପମାତ୍ରା ଆଜି ୯.୪ଡିଗ୍ରୀ ଥିବା ବେଳେ ଆଭ୍ୟନ୍ତରୀଣ ପାହାଡ଼ ପର୍ବତ ଘେରା ଗ୍ରାମାଞ୍ଚଳ ରେ ତାପମାତ୍ରା ଆହୁରି ଏକ ଡିଗ୍ରୀ କମ ରହୁଥିବା ସୂଚନା ମିଳିଛି।

publive-image

ଏହାସହ ଗ୍ରାମାଞ୍ଚଳର ରେ ଶୀତ ର ପ୍ରକୋପ ଆହୁରି ଅଧିକ ରହିଛି।ଥଣ୍ଡା ଯୋଗୁଁ ହାତଗୋଡ଼ କାଲ ମାରିବା ସହ ନିଆଁର ସାହାରରେ ଗ୍ରାମାଞ୍ଚଳ ରେ ଲୋକ ରହୁଥିବା ଦେଖିବାକୁ ମିଳିଛି। ପ୍ରବଳ ଥଣ୍ଡା ଯୋଗୁଁ ସଞ୍ଜ ନଇଁଲେ ସହର ଜନଶୁନ୍ୟ ହେବା ସହ ରାସ୍ତାଘାଟ ଖାଁ ଖାଁ ଲାଗୁଚି। ରାତି ବଢିଲେ କୁହୁଡି ଆରମ୍ଭ ହେବା ସହ ଶୀତ ବଢୁଛି ସକାଳ ସୂର୍ଯ୍ୟ ଉଦୟ ହେବା ପର୍ଯ୍ୟନ୍ତ କୁହୁଡି ମୟ ଆକାଶ ରହିଥିବା ଦୃଶ୍ୟ ଦେଖୁବାକୁ ମିଳିଛି।ଚଳିତ ବର୍ଷ ବିଳମ୍ବରେ ଶୀତର ଆଗମନ ଏବଂ ହଠାତ ୧୦ଡିଗ୍ରୀ ତଳକୁ ତାପମାତ୍ରା ଖସିବା ଯୋଗୁଁ ହଠାତ ପ୍ରବଳ ଥଣ୍ଡା ପଡିବା ଯୋଗୁଁ ସ୍ଥାନୀୟ ଅଞ୍ଚଳବାସୀ ଅସ୍ତବ୍ୟସ୍ତ ହେଇପଡିଛନ୍ତି। ହାତଯୋଡି ବସିଥିବା ଗରମ ପୋଷାକ ବ୍ୟବସାୟୀ ଥଣ୍ଡା ପଡିବା ପରେ ନିଜ ବ୍ୟବସାୟକୁ ନେଇ ବେଶ ଉତ୍ସାହିତ ହୋଇପଡିଛନ୍ତି।ଆଗାମୀ ଦିନରେ ପାରଦ ଆହୁରି ତଳକୁ ଖସିବା ସହ ଜାଡ ବଢିବା ନେଇ ପାଣିପାଗ ବିଭାଗ ସୂଚନା ପ୍ରଦାନ କରିଛନ୍ତି |

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe