ସାମାଜିକ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାୟଗଡ଼ା ପୁରସ୍କୃତ, ମୁଖ୍ୟମନ୍ତ୍ରୀଙ୍କଠୁ ପୁରସ୍କାର ଗ୍ରହଣ କଲେ ଜିଲ୍ଲାପାଳ

ସାମାଜିକ ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାୟଗଡ଼ା ପୁରସ୍କୃତ, ମୁଖ୍ୟମନ୍ତ୍ରୀଙ୍କଠୁ ପୁରସ୍କାର ଗ୍ରହଣ କଲେ ଜିଲ୍ଲାପାଳ

Sambad

ରାୟଗଡ଼ା: ସାମାଜିକ  ସୁରକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ରାୟଗଡ଼ା ଜିଲ୍ଲା ପୁରସ୍କୃତ ହୋଇଛି। ଇଣ୍ଡିଆ ଟୁଡେ ପକ୍ଷରୁ କିଟ୍ ବିଶ୍ବବିଦ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ ରାୟଗଡ଼ା ଜିଲ୍ଲାପାଳ ସରୋଜ କୁମାର ମିଶ୍ରଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି। ଜିଲ୍ଲାପାଳ ଶ୍ରୀ ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଜିଲ୍ଲା ସମକ୍ଷଜିକ ସୁରକ୍ଷା କାର୍ଯ୍ୟାଳୟର କର୍ମଚାରୀ ଓ ଅନ୍ୟକ୍ଷନ୍ୟ ଅଧିକାରୀ ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଗତ ବିଭିନ୍ନ କାର୍ଯ୍ୟକ୍ରମ ଜାତୀୟ ବାର୍ଦ୍ଧକ୍ୟ ଭତ୍ତା, ବିଦ୍ଧବା ଭତ୍ତା, ମଧୁବାବୁ ପେନସନ ଯୋଜନା, ଭିନ୍ନକ୍ଷମ ଭତ୍ତା ଓ ସଶକ୍ତିକରଣ କାର୍ଯ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ କୃତିତ୍ୱ ହାସଲ କରିଛନ୍ତି। ଇଣ୍ଡିଆ ଟୁଡେ ପକ୍ଷରୁ ଧାର୍ଯ୍ୟ ହୋଇଥିବା ମାପଦଣ୍ଡରେ ରାୟଗଡ଼ା ଜିଲ୍ଲାରେ ଶୀର୍ଷରେ ରହିବା ପରେ ଏହି ଜିଲ୍ଲାକୁ ପୁରସ୍କୃତ କରାଯାଇଛି।

କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଇଣ୍ଡିଆ ଟୁଡ଼େ ଗ୍ରୁପ ଏଡିଟର ରଜ ଚେଙ୍ଗପ୍ପା ପ୍ରମୁଖ ଉପସ୍ଥିତ ଥିଲେ। ରାୟଗଡ଼ା ଜିଲ୍ଲା ସମେତ ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କୁ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ ଆଜି ମୁଖ୍ୟମନ୍ତ୍ରୀ ପୁରସ୍କୃତ କରିଥିଲେ। ସ୍ୱାସ୍ଥ୍ୟ ଓ ଡିଜିଟାଲ କଭରେଜ ପାଇଁ ସମ୍ବଲପୁର ଜିଲ୍ଲା, ଶିକ୍ଷା,ଦକ୍ଷତା ବୃଦ୍ଧି, ପରିମଳ ଓ ଆର୍ଥିକ କ୍ଷେତ୍ରରେ ଖୋର୍ଦ୍ଧା, ଭିତ୍ତିଭୂମି ପାଇଁ ଝାରସୁଗୁଡା, କୃଷି ପାଇଁ ବରଗଡ଼, ଆଇନ ଶୃଙ୍ଖଳା ପାଇଁ ଗଞ୍ଜାମ, ନାରୀ ଶିକ୍ଷା ପାଇଁ ଭଦ୍ରକ ଜିଲ୍ଲାକୁ ପୁରସ୍କୃତ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe