କେନ୍ଦୁଝର: ନାବାଳିକା ଦୁଷ୍କର୍ମକାରୀ ବାପା ଓ ପୁଅକୁ ସଜା ଶୁଣାଇଲେ ସ୍ୱତନ୍ତ୍ର ପୋକ୍ସୋ କୋର୍ଟ । ବାପାକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଓ ପୁଅକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହ ୨୦ ହଜାର ଟଙ୍କା ଜରିମାନା ସଜା ଶୁଣାଇଛନ୍ତି ସ୍ଵତନ୍ତ୍ର ପୋକସୋ କୋର୍ଟ । ଏହାସହ, ପୀଡିତାଙ୍କୁ ୬ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରିବାକୁ କୋର୍ଟ ଆଦେଶ ଦେଇଛନ୍ତି | ୨୦୨୨ ମସିହାରେ ସଦର ଥାନା ଅଞ୍ଚଳରେ ଏହି ଘଟଣା ଘଟିଥିଲା । ୧୮ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତି କରି କୋର୍ଟ ଏହି ଦଣ୍ଡ ଶୁଣାଇଛନ୍ତି ।