କଟକ: ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ମୁଣ୍ଡୁଳି ସ୍ଥିତ ସିଆଇଏସଏଫ ପକ୍ଷରୁ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନରେ ଅଜାଦିକା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଆଜି ସକାଳ ୯ଟାରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ପୁଲିସ କମିସନର ସୌମେନ୍ଦ୍ର ପ୍ରିୟଦର୍ଶୀ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।/sambad/media/post_attachments/wp-content/uploads/2021/09/db6562a3-4542-48a4-9604-5168b036b65a.jpg)
ଏହି ଅବସରରେ ବ୍ରାସ ବ୍ରାଣ୍ଡ ମାଧ୍ୟମରେ ଦେଶଭକ୍ତି ଗୀତ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଅନ୍ୟମାନଙ୍କ ମଧ୍ୟରେ ଡିସିପି ପ୍ରତୀକ ସିଂହ, ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ, ସିଏମସି କମିସନର ଅନନ୍ୟା ଦାସ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/6fc3910d-e662-409b-98c4-b544cecb9adb.jpg)