କଟକ: ବାରଙ୍ଗ ଅଞ୍ଚଳରେ ୨୦୧୬ ମସିହାରେ ଘଟିଥିବା ୯ ବର୍ଷର ନାବାଳିକା ଦୁଷ୍କର୍ମ ଘଟଣାରେ ଆଜି ମୁଖ୍ୟ ଅଭିଯୁକ୍ତ ଗୋପାଳ ଦାସକୁ ୧୦ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଛନ୍ତି କଟକ ପକ୍ସୋ ଅଦାଲତ।
ଜେଲଦଣ୍ଡ ସହ ୧୦ ହଜାର ଟଙ୍କାର ଜରିମାନା ସହ ପୀଡ଼ିତାଙ୍କୁ ଦୁଇ ଲକ୍ଷ ଟଙ୍କାର କ୍ଷତି ପୂରଣ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ୧୭ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଏଭଳି ଦଣ୍ଡାଦେଶ ଦିଆଯାଇଥିବା ଜଣାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/07/Screenshot_20210730-134321_Gallery.jpg)