କଟକ: ଆଜି ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୭ ତମ ନେତାଜୀ ଜୟନ୍ତୀ। ଏହି ଅବସରରେ କଟକ ଓଡ଼ିଆ ବଜାରରେ ଥିବା ନେତାଜୀଙ୍କ ଜନ୍ମସ୍ଥାନରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ନେତାଜୀଙ୍କ ଜନ୍ମସ୍ଥାନ ଜାନକୀନାଥ ଭବନ ସଜେଇ ହୋଇଛି। ଏହି ମହାନ ସ୍ୱାଧୀନତା ସଂଗ୍ରାମୀଙ୍କ ପ୍ରତିମୂର୍ତ୍ତିିରେ ପୁଷ୍ପମାଲ୍ୟ ଦେଇ ତାଙ୍କ ସ୍ମୃତିଚାରଣ କରାଯାଉଛି।
ଏହି ଅବସରରେ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ନେତାଜୀଙ୍କ ସଂଗ୍ରହାଳୟରେ ପହଞ୍ଚି ପ୍ରତିମୂର୍ତ୍ତିିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଆଜି ଯୁବପୀଢି ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ଉଚିତ ବୋଲି କହିଛନ୍ତି ସୌମ୍ୟରଞ୍ଜନ ପଟ୍ଟନାୟକ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଭଳି ମହାପୁରୁଷ ଓଡ଼ିଶା ମାଟିରେ ଜନ୍ମ ନେଇଥିବାରୁ ଓଡ଼ିଆ ଭାବେ ଆମେ ଗର୍ବିତ। ଏହି କାର୍ଯ୍ୟକ୍ରମରେ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ବ୍ୟତୀତ ସମ୍ବାଦ ଗ୍ରୁପର ପରାମର୍ଶଦାତା ସ୍ବରାଜ ମିଶ୍ର, ‘ପୌରୁଷ’ର ସଂପାଦକ ଅସିତ ମହାନ୍ତି, ‘ସମ୍ବାଦ’ର ସିଇଓ କମଳାକାନ୍ତ ମହାପାତ୍ର, ‘ସମ୍ବାଦ’ର କଟକ ଜିଲ୍ଲା ପ୍ରତିନିଧି ସୀମନ୍ତିକା ନନ୍ଦ ଓ ସାହିତ୍ୟିକ ଗୋବିନ୍ଦ ଭୂୟାଁ ପ୍ରମୁଖ ଉପସ୍ଥିତ ଥିଲେ।