ଓଡ଼ିଶାବାସୀ, କଟକବାସୀ ଶାନ୍ତି ଓ ସଦଭାବ ଚାହାଁନ୍ତି: ନବୀନ

ଭାଇଚାରାର ସହର କଟକରେ ଆଜି ସୃଷ୍ଟି ହୋଇଥିବା ଆଇନ ଶୃଙ୍ଖଳା ପରିସ୍ଥିତିରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ଶ୍ରୀ ପଟ୍ଟନାୟକ କହିଛନ୍ତି, ଏକ ଶାନ୍ତି ପ୍ରିୟ ରାଜ୍ୟ ଭାବରେ ଓଡ଼ିଶାର ସୁନାମ ରହିଛି।

Untitled-19

ଭୁବନେଶ୍ୱର: ଭାଇଚାରାର ସହର କଟକରେ ଆଜି ସୃଷ୍ଟି ହୋଇଥିବା ଆଇନ ଶୃଙ୍ଖଳା ପରିସ୍ଥିତିରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଶ୍ରୀ ପଟ୍ଟନାୟକ କହିଛନ୍ତି, ଏକ ଶାନ୍ତି ପ୍ରିୟ ରାଜ୍ୟ ଭାବରେ ଓଡ଼ିଶାର ସୁନାମ ରହିଛି। ଓଡିଶାବାସୀ, କଟକବାସୀଙ୍କ ଶାନ୍ତି ଓ ସଦଭାବ ଚାହାଁନ୍ତି। ତେଣୁ କଟକ ସହରରେ ଶାନ୍ତି ବଜାୟ ରଖିବା ପାଇଁ ସମସ୍ତଙ୍କୁ ମୁଁ ଅନୁରୋଧ କରୁଛି।  

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର। କିନ୍ତୁ ଗତ କିଛି ଦିନ ଧରି କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ଏବଂ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି।

କଟକ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ଶ୍ରୀ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ ନିଦର୍ଶନ ହେଉଛି କଟକ ସହର। କିନ୍ତୁ ଗତ କିଛି ଦିନ ଧରି କେତେକ ବିଶୃଙ୍ଖଳାକାରୀଙ୍କ ଯୋଗୁଁ ସହରରେ ଶାନ୍ତି ଭଙ୍ଗ ହୋଇଛି ଏବଂ ସାଧାରଣ ଲୋକଙ୍କ ଜୀବନ ଯାତ୍ରାରେ ବ୍ୟାଘାତ ସୃଷ୍ଟି ହେଉଛି। ଏହିଭଳି ବିଶୃଙ୍ଖଳାକାରୀଙ୍କ ଉପରେ ସରକାରଙ୍କ ନଜର ରହିଛି ଏବଂ ସେମାନଙ୍କ ଉପରେ ଆଇନ୍ ଅନୁଯାୟୀ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସହରର ଐତିହ୍ୟକୁ ଆହୁରି ଉପରକୁ ନେବା ପାଇଁ ସମସ୍ତେ ମିଳିମିଶି ଶାନ୍ତି ଶୃଙ୍ଖଳାର ସହିତ ଆଗକୁ ବଢନ୍ତୁ ଏବଂ ସହରର ଗୌରବକୁ ଅକ୍ଷୁର୍ଣ୍ଣ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି।

Cuttack | Naveen Pattnaik

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe