ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ପ୍ରସଙ୍ଗ: କେସ୍ ଡାଏରି ଦାଖଲ କରିବା ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

Advertisment
ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ପ୍ରସଙ୍ଗ: କେସ୍ ଡାଏରି ଦାଖଲ କରିବା ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ଭୁବନେଶ୍ବର: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଜାମିନ ଆବେଦନ ପ୍ରସଙ୍ଗରେ କେସ୍ ଡାଏରି ଦାଖଲ କରିବା ପାଇଁ କ୍ରାଇମବ୍ରାଞ୍ଚକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିବା ଜଣାଯାଇଛି। ଜଷ୍ଟିସ୍ ଦେବବ୍ରତ ଦାଶଙ୍କୁ ନେଇ ଗଠିତ ଜଣିକିଆ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ଆଗାମୀ ସପ୍ତାହରେ ଏହି ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୂଚନା ରହିଛି। ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପାଇଁ ମକଦ୍ଦମା ଲଢ଼ୁଛନ୍ତି।

ସୂଚନାଯୋଗ୍ୟ, ଗତ ମାସ ୩ ତାରିଖରେ ପ୍ରଦୀପ ପାଣିଗ୍ରାହୀଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରି କୋର୍ଟଚାଲାଣ କରିଥିଲା। ଜାମିନ୍ ନାମଞ୍ଜୁର ହେବାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା। ଏବେ ପ୍ରଦୀପ ପାଣିଗ୍ରାହୀ ଭୁବନେଶ୍ବରର ଝାରପଡ଼ା ଜେଲରେ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe