ଜଙ୍ଗଲରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

ଶବ ବଦଳ ଘଟଣା, ଚିତାଭସ୍ମ ଗଲା ରାଜସ୍ଥାନ, ଫେରିଲାନି ଓଡ଼ିଆ ପୁଅର ଶବ

CREATOR: gd-jpeg v1.0 (using IJG JPEG v62), quality = 100

ରାଇରଙ୍ଗପୁର: ଗମ୍ଭାରିଆ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର। ମୟୂରଭଞ୍ଜ ଜିଲ୍ଲା ବହଳଦା ଥାନା ଅନ୍ତର୍ଗତ ଗମ୍ଭାରିଆ ଗ୍ରାମ ନିକଟସ୍ଥ ଗୋଲକାରୀ ଜଙ୍ଗଲରୁ ଜନୈକ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଗମ୍ଭାରିଆ କଲୋନୀ ସାହିର ବଂଶୀ ପାତ୍ର। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ସୂଚନାଅନୁସାରେ, ଗମ୍ଭାରିଆ ଗ୍ରାମର କିଛି ଲୋକ ଆଜି ସକାଳେ ଶୌଚ ପାଇଁ ଯାଇଥିବା ବେଳେ ଗ୍ରାମ ପାଖ ଗୋଲକାରି ଜଙ୍ଗଲରେ ଏକ ଗଛରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଶାଢ଼ୀ ଦ୍ବାରା ଝୁଲୁଥିବା ଦେଖିବାକୁ ପାଇଥିଲେ।

ଏନେଇ ଗାଁ ଲୋକେ ବହଳଦା ଥାନାକୁ ଖବର‌ ଦେଇଥିଲେ। ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ‌ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି। ତେବେ ମୃତକ ଜଣକ ଗମ୍ଭାରିଆ କଲୋନୀ ସାହିର ବଂଶୀ ପାତ୍ର(୪୫) ବୋଲି ପଜଣାପଡିଛି। ପୁଲିସ ମୃତଦେହକୁ ଉଦ୍ଧାର କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ହସ୍ପିଟାଲକୁ ପଠାଇଛି। ସେପଟେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ତଦନ୍ତ ଜାରି ରଖିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe