ଘୋଡ଼ାହଡ଼ ନଦୀରୁ ମୃତଦେହ ଉଦ୍ଧାର

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ଖଲିଙ୍ଗି ଗ୍ରାମର ଘୋଡ଼ାହଡ଼ ନଦୀରୁ ଗୁରୁବାର ସକାଳେ ପୁଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତ ଯୁବକଙ୍କ ନାମ ଶଙ୍କର ଲେଙ୍କା ଓ ବୟସ ୩୫ ବର୍ଷ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ଆଜି ସକାଳେ ଗାଁ ଲୋକେ ଖଲିଙ୍ଗି ଗ୍ରାମର ଘୋଡ଼ାହଡ଼ ନଦୀରେ ଶଙ୍କର ଲେଙ୍କାଙ୍କ ମୃତଦେହ ଦେଖି ପୁଲିସକୁ ଖବର ଦେଇଥିଲେ । ଖବର ପାଇ ପୁଲିସ ଘଟଣାସ୍ଥ‌ଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବ‌ଚ୍ଛେଦ ପାଇଁ ପଠାଇ ଦେଇଛି। ତେବେ ରିପୋର୍ଟ ଲେଖାହେଲା ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡି ନଥିବା ବେଳେ ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

 

ସମ୍ବନ୍ଧିତ ଖବର