ରାଉରକେଲା: ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

Advertisment
ରାଉରକେଲା: ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ରାଉରକେଲା: ମାଲଗୋଦାମ କାଳୀମନ୍ଦିର ସମ୍ମୁଖ ପଡ଼ିଆରୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର ହୋଇଛି। ଉଦିତନଗର ପୁଲିସ ଶିଶୁ କନ୍ୟାର ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଆରଜିଏଚ୍‌କୁ ପଠାଇଛି। ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ଶିଶୁ କନ୍ୟା ମୃତ୍ୟୁର କାରଣ ଜଣାପଡିବ ବୋଲି ପୁଲିସ କହିଛି।

ଆଜି ପୂର୍ବାହ୍ନ ପ୍ରାୟ ସାଢ଼େ ୩ଟାରେ ନବଜାତ ଶିଶୁ କନ୍ୟାର ମୃତଦେହ ପଡ଼ିଥିବା ଦେଖି କିଛି ଲୋକ ବସ୍ତିରେ ଖବର ଦେଇଥିଲେ। ଘଟଣା ପ୍ରଚାରିତ ହେବା ପରେ ଶିଶୁ କନ୍ୟାର ମୃତଦେହ ଦେଖିବାକୁ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ଭିଡ ଜମିଥିଲା। ପୁଲିସ ପହଞ୍ଚି ଶବଟିକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଆରଜିଏଚ୍‌କୁ ପଠାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe