ନୂଆପଡ଼ା: ନୂଆପଡ଼ା ରେଲୱେ ଷ୍ଟେସନରୁ ଜଣେ ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରାଯାଇଛି। ପରେ ଶବ ବ୍ୟବଚ୍ଛେଦ କରାଯାଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି। ଶୁକ୍ରବାର ଦିନ ତମାମ ନୂଆପଡ଼ା ରେଲୱେ ଷ୍ଟେସନରେ ଜଣେ ବୃଦ୍ଧ ବସିବା ସିଟ୍ରେ ଶୋଇଥିବା ଦେଖିବାକୁ ମିଳିଥିଲା। ପରେ ସ୍ଥାନୀୟ ଲୋକଙ୍କ ସନ୍ଦେହ ହେବାରୁ ରେଲୱେ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। ସନ୍ଧ୍ୟାରେ ରେଲୱେ ପୁଲିସ ବୃଦ୍ଧଙ୍କ ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ କରିବାରୁ ଗୁରୁତର ଥିବା ଜଣାପଡ଼ିଥିଲା। ରାତିରେ ରେଲୱେ କର୍ତ୍ତୃପକ୍ଷ ବୃଦ୍ଧଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ଆଜି ସକାଳେ ବୃଦ୍ଧଙ୍କ ଶବ ବ୍ୟବଚ୍ଛେଦ କରାଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ପରିଚୟ ମିଳିପାରି ନାହିଁ। ଏନେଇ ରେଲୱେ ପୁଲିସ ଏକ ମାମଲା ରୁଜୁକରି ତଦନ୍ତ ଜାରି ରଖିଛି।
ଅଜଣା ବୃଦ୍ଧଙ୍କ ମୃତଦେହ ଉଦ୍ଧାର
/sambad/media/post_attachments/wp-content/uploads/2023/06/dead-fff.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)