ଜଙ୍ଗଲରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Advertisment
ବିବାହିତା ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର, ହତ୍ୟା ଅଭିଯୋଗ କଲେ ବାପଘର ଲୋକ

DNA India

ଦେବଗଡ଼: ଦେବଗଡ଼ ଥାନା ଅନ୍ତର୍ଗତ ଲଇମୁରା ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି ପୁଲିସ। ମୃତ ଯୁବକ ଲଇମୁରା ଗ୍ରାମର ପରମେଶ୍ବର ପାତ୍ର ବୋଲି ଜଣାପଡ଼ିଛି। ମଙ୍ଗଳବାର ଦିନ ନିକଟସ୍ଥ ନାଗଦ ଗ୍ରାମକୁ ଚେରିମୂଳି ଔଷଧ ଦେବା ପାଇଁ ଯାଇଥିଲେ। ସେହିଦିନଠାରୁ ଆଉ ଘରକୁ ଫେରି ନଥିଲେ। ପରିବାର ଲୋକ ଏଣେ ତେଣେ ଖୋଜା ଖୋଜି କରିବା ପରେ ବି ତାଙ୍କର କୌଣସ ସନ୍ଧାନ ପାଇ ନଥିଲେ। ଅାଜି ତାଙ୍କର ମୃତଦେହ ନିକଟସ୍ଥ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଖବରପାଇ ଦେବଗଡ଼ ଥାନା ପୁଲିସ ପହଞ୍ଚି ଶବ ଜବତ କରିବା ସହିତ ଘଟଣାର ତଦନ୍ତ ଆରମ୍ଭ କରିଛି। ତାଙ୍କୁ ହତ୍ୟା କରାଯାଇ ଜଙ୍ଗଲରେ ଫିଙ୍ଗି ଦିଆଯାଇଥିବା ସନ୍ଦେହ କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe