ପୁରୀ: ଡ୍ରେନରୁ ଅଜଣା ବ୍ୟକ୍ତିଙ୍କ ଗଳିତ ମୃତଦେହ ଠାବ, ହତ୍ୟା ସନ୍ଦେହ

ପୁରୀ: ପୁରୀ ସଦର ଥାନା ଅନ୍ତର୍ଗତ ଶାସନ ଦାମୋଦରପୁର ଗ୍ରାମସ୍ଥିତ କୈବଲ୍ୟ ବାଟିକାରେ ଥିବା ଏକ ଡ୍ରେନ୍‌ରୁ ଜଣେ ବ୍ୟକ୍ତିଙ୍କ ଗଳିତ ମୃତଦେହ ଜବତ କରାଯାଇଛି। ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡ଼ି ନ ଥିବା ବେଳେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଖବର ପାଇ ସଦର ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧିତ ଖବର