ନିଶାସକ୍ତ ଅବସ୍ଥାରେ ବାପାର କଟୁରୀ ଚୋଟରେ ପୁଅ ମୃତ

Advertisment
ଥାଲାସେମିଆରେ ଯୁବକ ମୃତ, ବର୍ଷକରେ ଦୁଇ ଭାଇଙ୍କ ଜୀବନ ଗଲା

ThePleasantDream

ଦେବଗଡ଼: ସଂପର୍କରେ ଦାଗ। ବୁଝିଲାନି ବାପା ଓ ପୁଅର ସଂପର୍କ । ନିଶାସକ୍ତ ଅବସ୍ଥାରେ ବାପାର କଟୁରି ଚୋଟରେ ପୁଅର ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଦେବଗଡ ଥାନା ଅନ୍ତର୍ଗତ ଗୁଣ୍ଡୁରିପୋଷି ଗ୍ରାମରେ। ମୃତକ ଜଣକ ହେଲେ ଗୋଲବଦନ ପାତ୍ର(୩୨)।

ମିଳିଥିବା ସୂଚନା ଅନୁଯାୟୀ, ଦେବଗଡ ଥାନା ଅନ୍ତର୍ଗତ ଗୁଣ୍ଡୁରିପୋଷି ଗ୍ରାମର ମୁଚି ପାତ୍ର ଓ ତାଙ୍କର ପୁଅ ଗୋଲବଦନଙ୍କ ମଧ୍ୟରେ ଗତକାଲି ବିଳମ୍ବିତ ରାତିରେ କୌଣସି କାରଣରୁ ବଚସା ହୋଇଥିଲା । ତେବେ ନିଶାସକ୍ତ ଅବସ୍ଥାରେ ଥିବା ବାପା ମୁଚି ତାଙ୍କର ପୁଅ ଗୋଲବଦନକୁ ଏକ କଟୁରୀ ସାହାଯ୍ୟରେ ଆକ୍ରମଣ କରିଥିଲେ । ଫଳରେ କଟୁରୀ ଚୋଟରେ ଗୋଲବଦନଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା ।

ଖବରପାଇ ଦେବଗଡ ଥାନା ପୁଲିସ ଏବଂ ସାଇଣ୍ଟିଫିକ ଟିମ ପଂହଚି ଶବ ଜବତ କରିବା ଘଟଣାର ତଦନ୍ତ ଆରମ୍ଭ କରିଛି । ଅଭିଯୁକ୍ତ ବାପା ମୁଚିକୁ ପୁଲିସ ଅଟକ ରଖି ପଚାରାଉଚୁରା ଜାରି ରଖିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe