ଶ୍ରୀ ଜଗନ୍ନାଥ ବାହିନୀ ପକ୍ଷରୁ ଦ୍ୱିତୀୟ ଶ୍ରୀକ୍ଷେତ୍ର ବାରିପଦାରେ କରୋନା କଟକଣା ମଧ୍ୟରେ ରଥଯାତ୍ରା ଆୟୋଜନ ଦାବି

ବାରିପଦା : ମୟୂରଭଞ୍ଜ ଗଡ଼ଜାତ ରାଜ୍ୟର ମହାରାଜା ବୈଦ୍ୟନାଥ ଭଞ୍ଜଦେଓ ଖ୍ରୀଷ୍ଟାବ୍ଦ ୧୫୭୫(ଶକାବ୍ଦ ୧୪୯୮)ରେ ନିଜର ଗଡ଼ ବାରିପଦାରେ କଳିଙ୍ଗର ରେଖାଶୈଳୀରେ ପୁରୀର ସୁଦକ୍ଷ ମନ୍ଦିର ଶିଳ୍ପୀମାନଙ୍କ ଦ୍ୱାରା ମହାପ୍ରଭୂଙ୍କର ମନ୍ଦିର ନିର୍ମାଣ କାର୍ଯ୍ୟ ସମ୍ପନ୍ନ ହେବାର ପରବର୍ତ୍ତୀ ସମୟଠାରୁ ପୁରୀ ଶ୍ରୀମନ୍ଦିରର ସମସ୍ତ ରୀତିନୀତି ଓ ନିୟମ ଅନୁସାରେ ମହାପ୍ରଭୂଙ୍କର ପୂଜାର୍ଚ୍ଚନା ପାଇ ଆସୁଅଛି । ଦ୍ୱିତୀୟ ଶ୍ରୀକ୍ଷେତ୍ର ଭାବେ ଜନବିଦିତ ବାରିପଦାରେ ରଥଯାତ୍ରା ବନ୍ଦ ନିଷ୍ପତ୍ତିର ପୁର୍ନବିଚାର କରାଯାଇ କରୋନା କଟକଣା ମଧ୍ୟରେ ବିନା ଭକ୍ତରେ ଆୟୋଜନ କରାଯିବା ନିମନ୍ତେ ମୟୂରଭଞ୍ଜ ଜିଲ୍ଲାପାଳ ବିନୀତ ଭରଦ୍ୱାଜଙ୍କ ନିକଟରେ ଦାବୀ ଉପସ୍ଥାପନ କରିଛି ଶ୍ରୀଜଗନ୍ନାଥ ବାହିନୀ। ବାହିନୀର କର୍ମକର୍ତ୍ତାମାନେ ଏନେଇ ଆଜି ଜିଲ୍ଲାପାଳଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି।
ସମ୍ବନ୍ଧିତ ଖବର