ଗାଈ ଖୋଜିବାକୁ ଯାଇ ହାତୀ ଆକ୍ରମଣର ଶିକାର ହେଲେ ଚାଷୀ

Advertisment
ଗାଈ ଖୋଜିବାକୁ ଯାଇ ହାତୀ ଆକ୍ରମଣର ଶିକାର ହେଲେ ଚାଷୀ

କାମାକ୍ଷାନଗର: ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜ ସୋଲଗାଁ ନୂଆସାହି ନିକଟରେ ଜଣେ ଚାଷୀ ହାତୀ ଆକ୍ରମଣର ଶିକାର ହୋଇଛନ୍ତି। ଗୁରୁତର ଚାଷୀ ଜଣଙ୍କ ଚାନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଟିପେଇଝରଣ ଗାଁର ବୀର ପ୍ରଧାନ। ବୀର ଗତକାଲି ସନ୍ଧ୍ୟା ସମୟରେ ନିଜ ଗାଈ ଖୋଜିବାକୁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ। ସ୍ଥାନୀୟ ଲୋକମାନେ ତାଙ୍କୁ ଅଚେତ ହୋଇ କ୍ଷତବିକ୍ଷତ ଅବସ୍ଥାରେ ପଡ଼ିଥିବାର ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ।

ଏ ନେଇ ପରିବାର ଲୋକେ ବନ ବିଭାଗକୁ ଖବର ଦେବା ସହ ବୀରଙ୍କୁ ପ୍ରଥମେ ପରଜଙ୍ଗ ଓ ପରେ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ। ତେବେ ହାତୀର ଆତଙ୍କ ଯୋଗୁଁ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଥିବା ଜଣାପଡ଼ିଛି। କାମାକ୍ଷାନଗର ଅଞ୍ଚଳରେ ଶତାଧିକ ହାତୀ ଥିବା ହେତୁ ଏହାକୁ ନେଇ ଚିନ୍ତାରେ ଅଛନ୍ତି ଅଞ୍ଚଳବାସୀ। ମାତ୍ର ବନବିଭାଗ ଏଥିପ୍ରତି ଯଥେଷ୍ଟ ଧ୍ୟାନ ଦେଉ ନ ଥିବାରୁ ଅସନ୍ତୋଷ ପ୍ରକାଶ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe