New Indian Express
କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକ ମହାବିରୋଡ ଫାଣ୍ଡି ଚାନ୍ଦପୁର ଗାଁ ତାରିଣୀ ମନ୍ଦିର ନିକଟସ୍ଥ ଜଙ୍ଗଲରୁ ଜଣେ ଅଚିହ୍ନା ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି। ଆଜି ଗାଁର କିଛି ଲୋକ ଜଙ୍ଗଲକୁ ଯାଇଥିବା ବେଳେ ସେଠାରେ ଗଛରେ ଏକ ଝୁଲନ୍ତା ମୃତଦେହ ଦେଖିବାକୁ ପାଇଥିଲେ।
ଏହାପରେ ସେମାନେ ଏନେଇ ପୁଲିସକୁ ଖବର ଦେଇଥିଲେ। ମହାବିରୋଡ ଫାଣ୍ଡି ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି। ମୃତ ବ୍ୟକ୍ତିଙ୍କର ପରିଚୟ ମିଳିପାରି ନାହିଁ।
Follow Us