ଓଡ଼ାପଡ଼ା: ଗତକାଲି ରାତି ପ୍ରାୟ ସାଢ଼େ ୯ଟା ସମୟରେ ଗୁଡ଼ିଆକାଟେଣି- ହିନ୍ଦୋଳ ରାସ୍ତା ପତଳା ଗ୍ରାମ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ମୋଟର ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।
ଖବର ନେବାରେ ଜଣାଯାଇଛି ଯେ ଗୁଡ଼ିଆକାଟେଣି ଗ୍ରାମର ଜେସିପି ଡ୍ରାଇଭର ମୁନା ସାହୁ (୨୧) ନିଜର କାର୍ଯ୍ୟ ସାରି ଏକ ମୋଟର ସାଇକେଲ ଯୋଗେ ଘରକୁ ଫେରୁଥିଲେ। ସେହି ସମୟରେ ପତଳା ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପ ସାମ୍ନାରେ ଗୁଡ଼ିଆକାଟେଣି ଆଡ଼ୁ ହିନ୍ଦୋଳ ଅଭିମୁଖେ ଯାଉଥିବା ଏକ ଅଜଣା ଗାଡ଼ି ଧକ୍କାରେ ମୁନା ଗୁରୁତର ଆହତ ହୋଇଥିଲେ। ତାଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ଓଡ଼ାପଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ତାଙ୍କୁ ଢେଙ୍କାନାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା।
Follow Us