ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ 

ଅଜଣା ଗାଡ଼ି ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ 

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ମହୁଲପାଳ-ଜିରାଳ ପୂର୍ତ୍ତ ବିଭାଗ ରାସ୍ତାର ଦାନପଶି ଛକ ନିକଟରେ ଅଜଣା ଗାଡ଼ି ଧକ୍କାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ କାମାକ୍ଷାନଗର ଥାନା ଭଏରପୁର ପଞ୍ଚାୟତ ଅନ୍ତର୍ଗତ ଘଟଘଟିଆ ଗାଁର ମୋହନ ନାୟକ। ମୋହନ ନିଜ ବାଇକ ଯୋଗେ କାମାକ୍ଷାନଗରକୁ ଯାଉଥିବା ବେଳେ ବିପରୀତ ପାର୍ଶ୍ଵରୁ ଏକ ଅଜଣା ଗାଡ଼ି ଧକ୍କା ଦେଇ ଚାଲି ଯାଇଥିଲା।

ଅବସ୍ଥାରେ ତାଙ୍କୁ ୧୦୮ ଆମ୍ବୁଲାନ୍ସ ଯୋଗେ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ଗାଁରେ ଶୋକାକୁଳ ପରିସ୍ଥିତି ସୃଷ୍ଟି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe