କାମାକ୍ଷାନଗର: କାର ଧକ୍କାରେ ଚାଲିଗଲା ବୃଦ୍ଧଙ୍କ ଜୀବନ

Advertisment
ଦୁର୍ଘଟଣାରେ ଜଣେ ମୃତ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ବଡ଼ସୁଆଁଳ ନିକଟରେ କାର ଧକ୍କାରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ଆଜି ଗାଁର ଦୁର୍ଯ୍ୟୋଧନ ଖୁଣ୍ଟିଆ ଚାଲିକି ଯାଉଥିବା ବେଳେ ଗୋଟିଏ କାର୍ ଦ୍ରୁତଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା। ଏହାଫଳରେ ଦୁର୍ଯ୍ୟୋଧନ ଆହତ ହୋଇଥିଲେ।

ସ୍ଥାନୀୟ ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ କାମାକ୍ଷାନଗର ମେଡିକାଲକୁ ଆଣିଥିଲେ। ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। କାମାକ୍ଷାନଗର ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe