କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା ପରଜଙ୍ଗ ଥାନା ପାଣିଭଣ୍ଡାର ଗାଁରେ ପୋଖରୀରେ ବୁଡ଼ି ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ, ଗାଁର ପଳଉ ସେଠୀ (୭୪) ଆଜି ଗାଧୋଇବା ପାଇଁ ଗାଁ ପୋଖରୀକୁ ଯାଇଥିବା ବେଳେ ଅସାବଧାନତା ହେତୁ ବୁଡ଼ି ଯାଇଥିଲେ। ଘରକୁ ନଫେରିବାରୁ ପରିବାର ଲୋକ ବହୁତ ଖୋଜାଖୋଜି କରିବା ପରେ ପୋଖରୀରୁ ତାଙ୍କର ମୃତଦେହକୁ ଉଦ୍ଧାର କରିଥିଲେ।
ଥାନାରେ ଅଭିଯୋଗ ହେଲା ପରେ ପୁଲିସ ଶବ ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ମେଡିକାଲକୁ ଆଣି ଅଧିକ ତଦନ୍ତ ଚଳାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2018/07/Sinking_Man.jpg)
