କାମାକ୍ଷାନଗର: ବଜ୍ରାଘାତରେ ଢେଙ୍କାନାଳ ଜିଲ୍ଲାର କଙ୍କଡ଼ହାଡ଼ ବ୍ଲକ୍ ଅନ୍ତର୍ଗତ ହାଡ଼ଗରି ଗ୍ରାମର ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି। ମୃତକ ହେଲେ ଢେ଼ଙ୍କାନାଳ ଜିଲା କାମାକ୍ଷାନଗର ଥାନା ରାଏବୋଲ ପଞ୍ଚାୟତ ହାଡ଼ଗରି ଗ୍ରାମର ପାର୍ବତୀ ପଧାନ।
ମିଳିଥିବା ସୂଚନା ଅନୁଯାୟୀ, ପାର୍ବତୀ ସକାଳେ ଗ୍ରାମ ନିକଟସ୍ଥ ଜଙ୍ଗଲକୁ ଶାଳପତ୍ର ତୋଳିବାକୁ ଯାଇଥିବା ବେଳେ ବର୍ଷା ସାଙ୍ଗକୁ ବଜ୍ରାଘାତ ହୋଇଥିଲା। ଏହାଫଳରେ ଘଟଣାସ୍ଥଳରେ ସେ ଅଚେତ ଅବସ୍ଥାରେ ପଡ଼ି ରହିଥିଲେ। ପରିବାର ଲୋକଙ୍କ ସହାୟତାରେ ୧୦୮ ଯୋଗେ ତାଙ୍କୁ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଯାଇଥିଲ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/09/dead-new-indian-express.jpg)