ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

Advertisment
ପୋଖରୀରେ ବୁଡ଼ି ମହିଳାଙ୍କ ମୃତ୍ୟୁ

କାମାକ୍ଷାନଗର: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ପଦ୍ମ ପୋଖରୀ ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ହେଉଛନ୍ତି ସେହି ଗ୍ରାମର ରାଧା ଦେହୁରୀ।

ସୂଚନା ମୁତାବକ ଆଜି ଭୋର ସମୟରେ ରାଧା ଘର ନିକଟରେ ଥିବା ପାଖ ପୋଖରୀକୁ ଶୌଚ ପାଇଁ ଯାଇଥିଲେ। ଅସାବଧାନତା କାରଣରୁ ସେ ବୁଡ଼ି ଯାଇଥିଲେ। ଦୀର୍ଘ ସମୟ ଧରି ଘରକୁ ନଫେରିବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ସେହି ପୋଖରୀ ହୁଡାରେ ତାଙ୍କ ସ୍କାର୍ପ ଥିବା ଦେଖି ପୋଖରୀରେ ବୁଡ଼ିଯାଇଥିବା ସନ୍ଦେହ କରି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନଶମ ବାହିନୀ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରି କାମାକ୍ଷାନଗର ମେଡିକାଲରେ ଭର୍ତି କରିଥିଲେ। ଡାକ୍ତର ସେଠି ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏ ନେଇ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe