ପରଜଙ୍ଗ: ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିରରେ ଏଲିଫ୍ୟାଣ୍ଟ ସ୍କ୍ୱାର୍ଡଙ୍କ କିରାସିନ ଢାଳି ଆତ୍ମହତ୍ୟା ଉଦ୍ୟମ

Advertisment
ପରଜଙ୍ଗ: ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିରରେ ଏଲିଫ୍ୟାଣ୍ଟ ସ୍କ୍ୱାର୍ଡଙ୍କ କିରାସିନ ଢାଳି ଆତ୍ମହତ୍ୟା ଉଦ୍ୟମ

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ବ୍ଲକରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ଚାଲିଥିବା ବେଳେ ଜଣେ ଯୁବକ କିରାସିନ ଢାଳି ଆତ୍ମହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।ଜିଲାପାଳଙ୍କ ଜନ ଶୁଣାଣି ଚାଲିଥିବା ସମୟରେ ଯୁବକ ଜଣଙ୍କ ନିଜ ଦେହରେ କିରାସିନି ଢାଳି ନିଆଁ ଲଗାଇବାକୁ ଉଦ୍ୟମ କରୁଥିବା ବେଳେ ସୁରକ୍ଷା କର୍ମଚାରୀ ଓ ସ୍ଥାନୀୟ ଲୋକମାନେ ତାଙ୍କୁ ଅଟକାଇଥିଲେ ।

ଯୁବକ ଜଣକ ପରଜଙ୍ଗ ଥାନା ମାଣିକମରା ପଞ୍ଚାୟତ ଅନ୍ତର୍ଗତ କାଦପଡା ଗାଁର ବାବୁ ସାହୁ । ବାବୁ ଢେଙ୍କାନାଳ ବନଖଣ୍ଡ ମହାବିରୋଡ଼ ରେଞ୍ଜରେ ଏଲିଫ୍ୟାଣ୍ଟ ସ୍କ୍ୱାର୍ଡରେ କାର୍ଯ୍ୟ କରୁଥିଲେ । ତାଙ୍କର ୭ ମାସର ଦରମା ସହ ତାଙ୍କୁ ଚାକିରିରୁ ବାହାର କରି ଦେଇଥିବା ଯୋଗୁ ସେ ମାନସିକ ଚାପରେ ରହି ଆସୁଥିଲେ । ବାରମ୍ବାର ସ୍ଥାନୀୟ ବନ ଅଧିକାରୀଙ୍କୁ ଅଭିଯୋଗ କରିବା ପରେ ମଧ୍ୟ କେହି କିଛି ପଦକ୍ଷେପ ଗ୍ରହଣ କରୁନଥିବାରୁ ସେ ଏପରି କରିଥିବା କହିଛନ୍ତି । ମହାବିରୋଡ଼ର ତତ୍କାଳୀନ ରେଞ୍ଜର ତାଙ୍କୁ କାର୍ଯ୍ୟରୁ ବହିଷ୍କାର କରିଥିବା ସୂଚନା ରହିଛି। ଦୀର୍ଘ ୧୦ ବର୍ଷ ଧରି ମହାବିରୋଡ଼ ରେଞ୍ଜରେ ଏଲିଫ୍ୟାଣ୍ଟ ସ୍କ୍ୱାର୍ଡରେ କାର୍ଯ୍ୟ କରୁଥିଲେ ବାବୁ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe