Deccan Herald
ବାମରା:ସମ୍ବଲପୁର ଜିଲ୍ଲା ବାମରା ନିକଟସ୍ଥ ଝାରସୁଗୁଡ଼ା ଜିଲ୍ଲା ଲଇକେରା ବ୍ଲକ୍ ଅନ୍ତର୍ଗତ ବଡ଼ ଢୁଡୁରିଆମ୍ବ ଗ୍ରାମର ସନ୍ତୋଷ ଧୁରୁଆ (୪୫) ମଙ୍ଗଳବାର ପୋଖରୀରେ ବୁଡ଼ି ମୃତ୍ୟୁ ଘଟିଛି। ପ୍ରାପ୍ତ ସୂଚନାନୁସାରେ ଆଜି ଭୋର୍ ପ୍ରାୟ ସାଢ଼େ ୪ଟା ବେଳେ ସନ୍ତୋଷ ଗାଁ ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିଲେ। ମାତ୍ର ୩/୪ ପର୍ଯ୍ୟନ୍ତ ସେ ଘରକୁ ନ ଫେରିବାରୁ ପରିବାର ଲୋକେ ଚାରିଆଡ଼େ ଖୋଜାଖୋଜି କରିଥିଲେ।
ପରେ ତାଙ୍କ ଶବ ଉକ୍ତ ପୋଖରୀରେ ଭାସୁଥିବା ଦେଖିବାକୁ ମିଳିଥିଲା। ଖବର ପାଇ ସାହାସପୁର ଫାଣ୍ଡି ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବ୍ୟବଛେଦ ପାଇଁ ବାମରା ଡାକ୍ତରଖାନାକୁ ପଠାଇଥିଲା। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୁଲିସ୍ ତଦନ୍ତ ଜାରି ରଖିଥିବା ଜଣାପଡ଼ିଛି।
Follow Us