ପୁଣି ଏକ ଜୀବନ ନେଲା ଦନ୍ତା: ଶୋଇଥିବା ମହିଳାଙ୍କୁ ଘୋଷାଡ଼ି ଆଣି ଦଳିଦେଲା

Advertisment

ଦନ୍ତାହାତୀ ପୁଣି ଏକ ଜୀବନ ନେଇଛି। ଦନ୍ତା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଘର ବାରଣ୍ଡାରେ ସ୍ୱାମୀ,ସ୍ତ୍ରୀ ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କୁ ଘୋଷାଡ଼ି ଆଣି ଦଳିଦେଇଛି...

ଦନ୍ତାହାତୀ ପୁଣି ଏକ ଜୀବନ ନେଇଛି। ଦନ୍ତା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଘର ବାରଣ୍ଡାରେ ସ୍ୱାମୀ,ସ୍ତ୍ରୀ ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କୁ ଘୋଷାଡ଼ି ଆଣି ଦଳିଦେଇଛି...

elephant

ବେତନଟୀ: ଦନ୍ତାହାତୀ ପୁଣି ଏକ ଜୀବନ ନେଇଛି। ଦନ୍ତା ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଘର ବାରଣ୍ଡାରେ ସ୍ୱାମୀ,ସ୍ତ୍ରୀ ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କୁ ଘୋଷାଡ଼ି ଆଣି ଦଳିଦେଇଛି।

ବାରିପଦା ରେଞ୍ଜ ବେତନଟୀ ଥାନା ରାଧିକାଶୋଳ ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି । ପୂର୍ବରୁ ଏହି ଦନ୍ତାହାତୀ ୩ ଜଣଙ୍କର ଜୀବନ ନେଇସାରିଥିବା ବେଳେ ଗୁରୁବାର ପୁଣି ଜଣଙ୍କର ଜୀବନ ଯାଇଛି।

ମୃତା ମହିଳା ଜଣକ ହେଉଛନ୍ତି ଗ୍ରାମର ସୀତାରାମ ହାଁସଦାଙ୍କ ସ୍ତ୍ରୀ ମାନକା ହାଁସଦା(୩୫)। ସୂଚନା ମୁତାବକ ଗାଁକୁ ବଣୁଆହାତୀ ଅନୁପ୍ରବେଶ କରିବାର ସମ୍ଭାବନାକୁ ଦୃଷ୍ଟିରେ ରଖି ବନବିଭାଗ ପକ୍ଷରୁ ଘରୁ ନ ବାହାରିବାକୁ ଡାକଵାଜି ଯନ୍ତ୍ରଦ୍ୱାରା ପ୍ରଚାରକରି ଗ୍ରାମବାସୀଙ୍କୁ ସତର୍କ କରାଯାଇଥିଲା।

ବେତନଟୀ ରେଞ୍ଜ ଇଲାକାରେ ବିଚରଣ କରୁଥିବା ନରହନ୍ତା ଦନ୍ତା ୧୮ନଂ ଜାତୀୟ ରାଜପଥ ଅତିକ୍ରମ କରି ଭୋର ତିନିଟା ପାଖାପାଖି ସମୟରେ ରାଧିକାଶୋଳ ଗ୍ରାମରେ ପ୍ରବେଶ କରିଥିଲା। ଗ୍ରାମର ତିନି ଚାରିଟି ଘର ଭାଙ୍ଗିବା ସହିତ ଘର ଭିତରେ ଶୋଇଥିବା ମାନକାଙ୍କୁ ଘୋଷାଡ଼ି ଆଣି ଘର ଅଗଣାରେ କଚାଡି ଦଳି ଦେଇଥିଲା। 

ପାଖରେ ଶୋଇଥିବା ସ୍ୱାମୀ ସୀତାନାଥ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ଗ୍ରାମରେ ଚହଳ ପଡିଯାଇଥିଲା। ଘଟଣାକୁ ନେଇ ଉତ୍ତେଜନା ଦେଖାଦେଇଥିବା ବେଳେ ବନବିଭାଗର ଅପାରଗତାକୁ ନେଇ ଅସନ୍ତୋଷ ବୃଦ୍ଧି ପାଇଛି।

ଖବର ପାଇ କୃଷ୍ଣଚନ୍ଦ୍ରପୁର ଫାଣ୍ଡି ଅଧିକାରୀ ଏଏସଆଇ ସୂତାର କୁମାର ମହାନ୍ତ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ପାଇଁ ବାରିପଦା ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଛନ୍ତି।

ତେବେ ବାରମ୍ବାର ବନବିଭାଗର ଅବହେଳା ଏବଂ ଅପାରଗତା ପାଇଁ ହାତୀ ଜନବସତି ଭିତରେ ପଶି ଧନଜୀବନ ହାନି କରୁଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଲାଗିରହିଛି। ନରହନ୍ତା ଦନ୍ତା ଆକ୍ରମଣରେ ବିଗତ ତିନିଦିନରେ ଚାରିଜଣଙ୍କ ମୃତ୍ୟୁ ଘଟଣା ବନବିଭାଗ ପାଇଁ ମଧ୍ୟ ଅଡୁଆସ୍ଥିତି ସୃଷ୍ଟି କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe