DNA India
କେନ୍ଦୁଝର/ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ଥାନା ମିରିଗିଖୋଜି ଗ୍ରାମରେ ଆଜି ଘଟିଯାଇଛି ଏକ ଅଭାବନୀୟ ଘଟଣା। ପୁଅର ଠେଙ୍ଗାମାଡ଼ରେ ବାପାର ମୃତ୍ୟୁଘଟିଛି। ମୃତକ ହେଲେ ଆକୁଳି ଚରଣ ପଲେଇ(୮୦)। ପୁଲିସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ଘରୋଇ କଳିକୁ କେନ୍ଦ୍ର କରି ଆକୁଳିଙ୍କ ପୁଅ ବରେନ(୩୮) ଉତକ୍ଷିପ୍ତ ହୋଇ ଏକ ଠେଙ୍ଗାରେ ବାପାର ମୁଣ୍ଡକୁ ପିଟି ଦେଇଥିଲା। ସେ ଗୁରୁତର ଆହତ ହୋଇଥିଲେ। ତାଙ୍କୁ କେନ୍ଦୁଝର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଗୁରୁବାର ପୂର୍ବାହ୍ନରେ ଚିକିତ୍ସାଧୀନ ଅବସ୍ଥାରେ ଆକୁଳିଙ୍କର ମୃତ୍ୟୁ ଘଟିଛି। ଏନେଇ ପାଟଣା ପୁଲିସ ୧୯୬/୨୧ରେ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି। ହତ୍ୟାକାରୀ ପୁଅ ବୀରେନ୍ ଫେରାର ଥିବା ଥାନା ଅଧିକାରୀ ରାଜେନ୍ଦ୍ର ସ୍ବାଇଁ ସୂଚନା ଦେଇଛନ୍ତି।
Follow Us