ଅଙ୍ଗନବାଡ଼ି କର୍ମୀଙ୍କ ଘରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ସାମଗ୍ରୀ ସହ ଆସବାବ ପତ୍ର

ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ

ଦେଓଗାଁ: ବଲାଙ୍ଗୀର ଜିଲ୍ଲା ଦେଓଗାଁ ବ୍ଲକ ସାଲେପାଲି ଗାଁରେ ସୋମବାର ରାତିରେ ‌ସର୍ଟସାର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି। ଏଥିରେ ସାଲେପାଲି ଗାଁର ଅଙ୍ଗନବାଡ଼ି କର୍ମୀ ଇଲାବତୀ ସାହୁଙ୍କ ଘରେ ଥିବା ସାମଗ୍ରୀ ସହ ଆସବାବ ପତ୍ର ଜଳି ପାଉଁଶ ହୋଇଯାଇଛି। ସୌଭାଗ୍ୟବଶତଃ ପରିବାର ଲୋକେ ଅଳ୍ପକେ ରକ୍ଷା ପାଇ ଯାଇଥିଲେ। ଘର ଉପର ମହଲାରେ ସର୍ଟସାର୍କିଟ ଯୋଗୁଁ ନିଆଁ ଲାଗି ଯାଇଥିବା ପ୍ରାଥମିକ ଅନୁସନ୍ଧାନରୁ ଜଣାପଡ଼ିଛି। ଦେଓଗାଁ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। କ୍ଷତିଗ୍ରସ୍ତ ପରିବାରକୁ ସରକାରୀ ସହାୟତା ଯୋଗାଇ ଦେବାକୁ ସାଧାରଣରେ ଦାବି ହେଉଛି।

ସମ୍ବନ୍ଧିତ ଖବର