ପାରଳାଖେମୁଣ୍ଡି (ସୁଜିତ୍‌ ବିଷୋୟୀ):ଗଜପତିଜିଲ୍ଲା ରା.ଉଦୟଗିରି ବ୍ଲକ ଅନ୍ତର୍ଗତ ରାମଗିରି ଗ୍ରାମପଞ୍ଚାୟତ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ  ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ, ଆରକ୍ଷୀ ଅଧୀକ୍ଷକ ଯତୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ପୃଥ୍ୱୀରାଜ ମଣ୍ଡଳ ଓ ପ୍ରକଳ୍ପ ପ୍ରଶାସକ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥା ପାରଳାଖେମୁଣ୍ଡି ଅଂଶୁମାନ ମହାପାତ୍ର ଯୋଗଦାନ କରି ରାମଗିରି ଗ୍ରାମ ପଞ୍ଚାୟତ ସମେତ, ତବାରସିଂ, ଅନାଘା ସୁବଳଡ଼ା ଓ ମହେନ୍ଦ୍ରଗଡ ଗ୍ରାମ ପଞ୍ଚାୟତର  ସମୁଦାୟ ମୋଟ-୫୩ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରିଥିଲେ।

Advertisment

ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ୧୯ ଗୋଟି, ଗ୍ରାମଭିତ୍ତିକ ୩୩ ଗୋଟି ଅଭିଯୋଗ ଆସିଥିଲା। ଏଥିମଧ୍ୟରୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ଦୁଇ ଜଣଙ୍କୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ପ୍ରଦାନକରାଯାଇଛି। ଅନ୍ୟ ସମସ୍ତ ଅଭିଯୋଗକୁ ତୁରନ୍ତ ସମାଧାନ କରିବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ  ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଆଜିର ଏହି ଅଭିଯୋଗ ଶୁଣାଣି ଶିବିରରେ ପ୍ରଧାନମନ୍ତ୍ରୀ ଆବାସୀ ଯୋଜନା, ସାମାଜିକ ସୁରକ୍ଷା, ଜମିପଟ୍ଟା, ମନରେଗା, ଗୃହ
ନିର୍ମାଣ, ରାସନ୍‌କାର୍ଡ, ଶିକ୍ଷା, ଜଳ ସେଚନ, ସ୍ଵାସ୍ଥ୍ୟ ଓ ରାସ୍ତା  ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା।

ଆହୁରି ପଢ଼ନ୍ତୁ: Minister Said about Startup: ଷ୍ଟାର୍ଟଅପ୍‌ ରୢାଙ୍କ ଖସିବା ପାଇଁ ପୂର୍ବ ସରକାର ଦାୟୀ: ମନ୍ତ୍ରୀ

ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଆଜିର ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ସମୟରେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଲକ୍ଷ୍ମୀନାରୟଣ ଶବର, ସ୍ଥାନୀୟ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲାରୀମେନ୍ ଖର୍ସେଲ, ତହସିଲଦାର ଜ୍ୟୋତିମୟ ଦାଶ,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ମହମ୍ମଦ ମୁବାରକ ଅଲ୍ଲୀ, ତହସିଲଦାର,ସ୍ଥାନୀୟ ସମସ୍ତ ଜନପ୍ରତିନିଧି ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ବ୍ଲକ୍ ସ୍ତରୀୟ ଅଧିକାରୀଗଣ ଅଭିଯୋଗ ଶୁଣାଣୀ ରେ ଉପସ୍ଥିତ ଥିଲେ। ତେବେ କିଛି ବିଭାଗର ଅଧିକାରି ସେହି ସମୟରେ ଅନୁପସ୍ଥିତ ଥିବାରୁ ଜିଲ୍ଲାପାଳ ବିରକ୍ତି ପ୍ରକାଶ କରିଥିବା ଜଣାପଡ଼ିଛି। ଅନୁପସ୍ଥିତ ଥିବା ଅଧିକାରୀମାନଙ୍କୁ କାରଣ ଦର୍ଶାଅ ନୋଟିସ୍‌ ଜାରି କରିବାକୁ ନିର୍ଦେଶ ଦେଇଛନ୍ତି ଜିଲ୍ଲାପାଳ।

ଆହୁରି ପଢ଼ନ୍ତୁ: US Dollar Indian Rupee: ଡଲାର ତୁଳନାରେ ଟଙ୍କା ପୁଣି ୯୧ ଉପରେ