ପାରଳାଖେମୁଣ୍ଡି: ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ପଚରାଉଚରା କରିବାକୁ ଆଜି ଡିଏଫଓ ଅଫିସରେ ପଂହଚିଛି କ୍ରାଇମବ୍ରାଂଚ ଓ ପୁଲିସ । ଏହି ମୃତ୍ୟୁ ଘଟଣାରେ ଡିଏଫଓଙ୍କୁ ନେଇ ସୌମ୍ୟଙ୍କ ପରିବାର ଲୋକ ଅଭିଯୋଗ ଆଣିଥିଲେ। ଏପରିିକି ବିଦ୍ୟାଭାରତୀଙ୍କ ସହ ସମ୍ପର୍କ ଥିବା ନେଇ ବି ସୌମ୍ୟଙ୍କ ପରିବାର ଲୋକେ ଅଭିଯୋଗ ଆଣିଥିଲେ।
ଏସବୁ ଭିତରେ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କୁ ଆଜି ଜେରା କରୁଛି ପୁଲିସ ଓ କ୍ରାଇମବ୍ରାଂଚ। ଡିଏଫଓ ଆଜି ଅଫିସ ଆସିବା ପାଇଁ ପୁଲିସକୁ ସୁରକ୍ଷା ମାଗିଥିଲେ। ସୌମ୍ୟଙ୍କ ମୃତ୍ୟୁ ପରେ ଡିଏଫଓଙ୍କ କିଛି ଦିନ ଧରି ଖୋଜ ଖବର ନଥିଲା ଏବଂ ସେ ଅଫିସ ମଧ୍ୟ ଆସୁନଥିଲେ। ପୂର୍ବରୁ ଡିଏଫଓ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଥିଲେ କି ଏହି ମାମଲାରେ ତାଙ୍କର କୌଣସି ହାତ ନାହଁ ଏବଂ ସୌମ୍ୟଙ୍କ ସହ ତାଙ୍କର ଅଫିସ ସମ୍ପର୍କିତ ସମ୍ପର୍କ ରହିଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/07/DFO-in-Custody_Thumbnail.jpg)