image source-odisha bytes
ବ୍ରହ୍ମପୁର: ଆଜିଠାରୁ ଗଞ୍ଜାମ ଜିଲ୍ଲାର ସମସ୍ତ ବ୍ୟାଙ୍କ ସକାଳ ୭ଟାରୁ ଅପରାହ୍ନ ୨ଟା ଯାଏଁ ଖୋଲା ରହିବ। ଏନେଇ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍ କରି ସୂଚନା ଦେଇଛନ୍ତି। ଭିଡ଼ରୁ ଏବଂ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହରୁ ରକ୍ଷା ପାଇବା ଲାଗି ଏଭଳି ପଦକ୍ଷେପ ନିଆଯାଇଥିବା ଜଣାଯାଇଛି।
ଏହାଛଡ଼ା ସାମାଜିକ ଦୂରତ୍ବକୁ ଗୁରୁତ୍ବ ଦେବା ଲାଗି ଏଭଳି ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ। ଲୋକେ ଏହାକୁ ସ୍ବାଗତ କରୁଥିବା ଜଣାଯାଇଛି।
Follow Us