ଦୁଇ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଚାଳକଙ୍କ ଜୀବନ

Advertisment
ଦୁଇ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା: ଚାଲିଗଲା ଚାଳକଙ୍କ ଜୀବନ

ବ୍ରହ୍ମପୁର: ଦୁଇ ଯାତ୍ରୀବାହୀ ବସ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ବହୁ ଯାତ୍ରୀ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଧରାକୋଟ ଢଉଗାଁ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆହତମାନଙ୍କୁ ପ୍ରଥମେ ଆସିକା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ମୃତକ ବସ ଡ୍ରାଇଭର କାଳିଆ ଗୌଡ଼ ବୋଲି ପରିଚୟ ମିଳିଛି ।

ଭୁବନେଶ୍ୱରରୁ କାଲିମେଳା ଅଭିମୁଖେ ଯାଉଥିବା ‘ଦିଲଖୁସ’ ବସକୁ ଢଉଗାଁ ନିକଟରେ ସମ୍ମୁଖରୁ ଆସୁଥିବା ‘ହ୍ୱାଇଟ ହର୍ସ’ ବସ ମୁହାଁମୁହିଁ ଧକ୍କା ଦେବା ଫଳରେ ଏହି ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ‘ଦିଲଖୁସ’ ବସର ଡ୍ରାଇଭର କାଳିଆ ଗୌଡ଼ଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଅଧିକ ଯାତ୍ରୀ ଗୁରୁତର ହୋଇଛନ୍ତି। ଦମକଳ ବାହିନୀ ସହାୟତାରେ ଆହତମାନଙ୍କୁ ଦୁର୍ଘଟଣାସ୍ଥଳରୁ ଉଦ୍ଧାର କରାଯାଇ ମେଡିକାଲରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଥିବା ସୂଚନା ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe