new indian express
ବୁଗୁଡ଼ା: ଗଞ୍ଜାମ ଜିଲ୍ଲା ବୁଗୁଡ଼ା ବ୍ଲକ ଅନ୍ତର୍ଗତ ତାଳସାକର ଗ୍ରାମରେ ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ତାରରେ ଲାଗି ଜଣେ ଚାଷୀଙ୍କ ମୃତ୍ୟୁ ହୋଇଛି। ମୃତ ଚାଷୀ ତାଳସାକର ଗ୍ରାମର ଅରୁଣ ନାୟକ(୩୮)। ଗତ ରାତିରେ ଜମିରେ ପାଣି ମଡ଼ାଇବାକୁ ଯାଇଥିବା ବେଳେ ବଡ଼ ହଜ ନିକଟରେ ବନ୍ୟଜନ୍ତୁ ଶିକାର ପାଇଁ ବିଛା ଯାଇଥିବା ବିଦ୍ୟୁତ ଫାଶରେ ଲାଗି ଯାଇଥିଲେ।
ପରେ ତାଙ୍କୁ ପରିବାର ଲୋକେ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଅରୁଣଙ୍କୁ ମୃତ ଘୋଷଣା କରିଥିଲେ। ବୁଗୁଡ଼ା ପୁଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହିତ ତଦନ୍ତ କରୁଛି।
Follow Us