ଗଞ୍ଜାମ ଜିଲ୍ଲାରୁ ପୁଣି ୧୩ଜଣ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ, ଟୁଇଟ୍ କରି ସୂଚନା ଦେଲେ ଜିଲ୍ଲାପାଳ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରୁ ଆଜି ପୁଣି ୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରେ ୧୩ଜଣ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ ହୋଇଥିବା ଜଣାଯାଇଛି। ଏହି ୧୩ଜଣ କରୋନା ଯୋଦ୍ଧାଙ୍କ ଭିତରୁ ବେଲଗୁଣ୍ଠା, ବୁଗୁଡ଼ା, ଶେରଗଡ଼, ପୁରୀ, ସୋରଡ଼ା ଓ ରଙ୍ଗେଇଲୁଣ୍ଡାର ଜଣେ ଲେଖାଏଁ ଅଛନ୍ତି। ଏହାଛଡ଼ା ଦୁଇଜଣ ପୋଲସରା ବ୍ଲକର ଓ ୫ଜଣ ବ୍ରହ୍ମପୁର ମହାନଗର ନିଗମର ଅଛନ୍ତି। ଆଜି ଏନେଇ ଗଞ୍ଜାମ ଜିଲ୍ଲାପାଳ ଟୁଇଟ୍ କରି ସୂଚନା ଦେଇଛନ୍ତି। ସମସ୍ତ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଲୋକଙ୍କୁ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ପୂର୍ବରୁ ଗଞ୍ଜାମ ଜିଲ୍ଲାରୁ ଜଣେ ବାଦୁଇଜଣ କି ତିନିଜଣ କରୋନା ଯୋଦ୍ଧା ପଜିଟିଭ୍ ଚିହ୍ନଟ ହୋଇଥିବାର ନଜିର ରହିଛି। ହେଲେ ଆଜି ହଠାତ୍ ୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବା ଯୋଗୁଁ ପ୍ରଶାସନର ଚିନ୍ତା ବଢ଼ାଇଛି।

ଏବେ ଜିଲ୍ଲାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୫୫ ଥିବା ବେଳେ ସେମାନଙ୍କ ଭିତରୁ ୬୨୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯ ରହିଛି।ଅପରପକ୍ଷରେ ୬ ଜଣଙ୍କର ମୃତ୍ୟୁ ଘଟିଛି।

ସମ୍ବନ୍ଧିତ ଖବର