ବ୍ରହ୍ମପୁର: ବରିଷ୍ଠ ସାମ୍ବାଦିକ ଚିରଞ୍ଜିତ ରାଜଗୁରୁଙ୍କର ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ବୟସ ହୋଇଥିଲା। ସେ ସକାଳ ଖବରକାଗଜରେ କାର୍ଯ୍ୟରତ ଥିଲେ। ବ୍ରହ୍ମପୁର ଏମକେସିଜି ବଡ ମେଡିକାଲରେ ତାଙ୍କର ପରଲୋକ ହୋଇଯାଇଛି।

Advertisment

ସେ ଜଣେ ସ୍ନେହୀ ଓ ଆଦର୍ଶବାଦୀ ମଣିଷ ଭାବେ ସେ ସମସ୍ତଙ୍କ ଗହଣରେ ପରିଚିତ ଥିଲେ। ତାଙ୍କ ବିୟୋଗରେ ଗଞ୍ଜାମ ଜିଲ୍ଲା ତଥା ରାଜ୍ୟ ସାମ୍ବାଦିକଙ୍କ ମହଲରେ ଶୋକର ଛାୟା ଖେଳିଯାଇଛି। ବହୁ ମାନ୍ୟଗଣ୍ଯ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିଛନ୍ତି।