ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଛତ୍ରପୁର ଥାନା ଅନ୍ତର୍ଗତ ବିପୁଳିଙ୍ଗି ଗ୍ରାମର ବଡ଼ ସାହିରେ ଜଣେ ମହିଳାଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବାର ଖବର ମିଳିଛି। ଘରେ ପଶି ଜଣେ ମହିଳାଙ୍କୁ ହତ୍ୟା କରାଯାଇଛି। ମୃତ ମହିଳା ହେଲେ ରାଧାଶ୍ୟାମ ଚୌଧୁରୀଙ୍କ ସ୍ତ୍ରୀ ସୁପ୍ରଭା ଚୌଧୁରୀ।
ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣା ସ୍ଥଳରେ ଏବେ ଛତ୍ରପୁର ପୁଲିସ ପହଞ୍ଚି ଘର ଭିତରୁ ଶବ ଉଦ୍ଧାର କରିବା ସହ ତଦନ୍ତ ଆରମ୍ଭ କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/02/cfb40af9-0d2f-47fc-8e4a-e5b2237fad05.jpg)