ଭୋଜି ବେଳେ ସମିତି ସଭ୍ୟଙ୍କ ଉପରକୁ ଗୁଳିମାଡ଼

Advertisment
ଭୋଜି ବେଳେ ସମିତି ସଭ୍ୟଙ୍କ ଉପରକୁ ଗୁଳିମାଡ଼

ପୋଲସରା: ଗାଁ ଗଣ୍ଡଗୋଳର ସମାଧାନ କରିବାକୁ ଯାଇଥିବା ସମିତି ସଭ୍ୟଙ୍କ ଉପରକୁ ଗୁଳିମାଡ଼ ହୋଇଛି। ଗୁଳିକାଣ୍ଡରେ ସମିତି ସଭ୍ୟ ଗୁରୁତର ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ପୋଲସରା ଥାନା ଅଧୀନ ଗରେଇଝୁଳି ଗାଁରେ ସାମାନ୍ୟ ବଚସାରୁ ଗୁଳିକାଣ୍ଡ ହୋଇଥିବା ଅଭିଯୋଗ ହୋଇଛି।

ସୂଚନା ଅନୁସାରେ କେନ୍ଦୁବାଡ଼ି ପଞ୍ଚାୟତର ସମିତିସଭ୍ୟ ନରେନ୍ଦ୍ର ସ୍ୱାଇଁ ଇଟାଭାଟିରେ ଭୋଜି କରୁଥିଲେ। ଏହି ସମୟରେ ଗରେଇଝୁଳିରେ ଗଣ୍ଡଗୋଳ ଖବର ପାଇ ସମାଧାନ କରିବାକୁ ଗାଁରେ ପହଞ୍ଚିଥିଲେ । ଉତ୍ତ୍ୟକ୍ତ ଲୋକଙ୍କ ବୁଝାସୁଝା କରିବା ସମୟରେ ସମିତି ସଭ୍ୟଙ୍କ ଉପରକୁ ଗୁଳିମାଡ କରିଥିଲେ ଦୁର୍ବୃତ୍ତ। ଗୁଳିମାଡ଼ରେ ସମିତି ସଭ୍ୟ ନରେନ୍ଦ୍ର ସ୍ୱାଇଁଙ୍କ ସମେତ ୨ ଜଣ ଆହତ ହୋଇଥିଲେ। ତୁରନ୍ତ ତାଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ବୁଗୁଡା ମେଡିକାଲକୁ ନେଇଥିଲେ । ସେଠାରେ ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଥିବା ସମିତି ସଭ୍ୟ ନରେନ୍ଦ୍ର ସ୍ୱାଇଁଙ୍କୁ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇଁ ବୁଗୁଡା ଥାନା ପୁଲିସ ଓ ପୋଲସରା ଥାନା ପୁଲିସ ପହଞ୍ଚି ଘଟଣାର ତଦନ୍ତ କରୁଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe