ବାଇକ୍ ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ

Advertisment
ଝିଅ ଘରୁ ସାବିତ୍ରୀ ଭାର ଦେଇ ଫେରୁଥିବା ବେଳେ ଦୁର୍ଘଟଣାରେ ବାପା ମୃତ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା କୋଟିନଡା ଥାନା କଲେଜଛକ ସୂତାକଳ ନିକଟରେ ବାଇକ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହରିଡ଼ାପଦର ପଞ୍ଚାୟତ ମାଗୁରା ଗ୍ରାମର ବାଦଲ ନାୟକ ବୋଲି ଜଣାପଡ଼ିଛି। ବାଦଲ ନିଜ ବାଇକ ଯୋଗେ ଗାଁଁକୁ ଫେରିବା ସମୟରେ ସୂତାକଳ ନିକଟରେ ବାଇକଟି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ବାଦଲଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିଲା।

ଖବରପାଇ କୋଟିନଡ଼ ପୁଲିସ ଘଟଣାସ୍ଥଳରେ ପହଞ୍ଚି ବାଦଲଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଆସିକା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଏଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe