ଖୋର୍ଦ୍ଧା ଜିଲ୍ଲା ପ୍ରଶାସନର ମିଳିତ ଅଭିଯୋଗ ଶୁଣାଣି

ଖୋର୍ଦ୍ଧା ଜିଲ୍ଲା ପ୍ରଶାସନର ମିଳିତ ଅଭିଯୋଗ ଶୁଣାଣି

ଖୋର୍ଦ୍ଧା: ପୂର୍ବ କାର୍ଯ୍ୟସୂଚୀ ଅନୁସାରେ ଆଜି ଖୋର୍ଦ୍ଧା ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନାନୁସାରେ, ମୋଟ ୭୪ଟି ଆପତ୍ତି, ଅଭିଯୋଗ ଓ ଆବେଦନ ଦାଖଲ ହୋଇଥିଲା । ଏହା ମଧ୍ୟରୁ ୬୯ଟି ବ୍ୟକ୍ତିଗତ ଥିବାବେଳେ ୫ଟି ସାମୂହିକ ଥିଲା । ବିଭାଗୀୟ ଅଧିକାରୀଙ୍କ ଉପସ୍ଥିତିରେ ୭ଟି ଅଭିଯୋଗର ତତ୍କାଳୀନ ସମାଧାନ କରାଯାଇଥିଲା ।

ତେବେ ସ୍ୱାସ୍ଥ୍ୟ ସମ୍ପର୍କିତ ସମସ୍ୟା ଆଦି ନେଇ ରେଡକ୍ରସ କିମ୍ବା ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ କାହାରିକୁ ସହାୟତା ଦିଆଯାଇନଥିବା ଜଣାଯାଇଛି । ଏହି ପ୍ରତ୍ୟକ୍ଷ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତୀ, ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଅତିରିକ୍ତ ଜିଲ୍ଲାପାଳ ମନୋଜ ପାଢ଼ୀ, ଜିଲ୍ଲା ପରିଷଦ ନିର୍ବାହୀ ଅଧିକାରୀ ଦିଗନ୍ତ ରାଉତରାୟ, ଉପଜିଲ୍ଲାପାଳ ଆଇ ଶିବାଜୀ ଗୌରବ, ସ୍ଥାନୀୟ ବିଡିଓ, ତହସିଲଦାର ଅନ୍ୟ ବିଭାଗୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe