ଭବାନୀପାଟଣାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର

Advertisment
ଭବାନୀପାଟଣାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହରସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ ଭବାନୀପାଟଣା ଉପଜିଲ୍ଲାପାଳ ଡ. ବିଶ୍ୱଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।

ଏହି ଜନଶୁଣାଣି ଶିବିରରେ ମୋଟ ୧୨୨ଜଣ ଆବେଦନକାରୀ ନିଜର ଅଭିଯୋଗପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୧୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୯ଟି ଗ୍ରାମ୍ୟ ତଥା ସାମୂହିକ ସମସ୍ୟା ସମ୍ମିଳିତ ଥିଲା। ୨୨ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କେସିଙ୍ଗା ବ୍ଲକ୍‌ ଲଇତରା ପଞ୍ଚାୟତର ର ନିତ୍ୟ ନାଏକଙ୍କୁ ୫୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe