ଜରପଡା: ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମରାତିରାଠାରେ ଶିକ୍ଷକ ଅଭାବକୁ ନେଇ ସମସ୍ତ ଛାତ୍ରଛାତ୍ରୀଙ୍କ ସହ ଅଭିଭାବକ ବିଦ୍ୟାଳୟ ଗେଟରେ ତାଲା ପକାଇଛନ୍ତି l ଅନୁଗୁଳ ଜିଲ୍ଲାର ବଂଅରପାଳ ବ୍ଲକ ଅନ୍ତର୍ଗତ ଜରପଡା ଥାନା ମରାତିରା ଗ୍ରାମ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି ଘଟଣା ଦେଖିବାକୁ ମିଳିଛି |

Advertisment

ଛାତ୍ରଛାତ୍ରୀଙ୍କ ସହ ଅଭିଭାବକ ତାଲା ପକାଇ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି | ଅଭିଵାବକଙ୍କ କହିବା ମୁତାବକ ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୨୧୯ ଜଣ ଛାତ୍ରଛାତ୍ରୀ ଥିବାବେଳେ ମାତ୍ର ୬ଜଣ ଶିକ୍ଷକ ଓ ଶିକ୍ଷୟିତ୍ରୀ ଥିଲେ | ଜଣେ ଶିକ୍ଷୟତ୍ରୀ ନଭେମ୍ବର ୧ ତାରିଖରୁ ୬ ମାସ ପର୍ଯ୍ୟନ୍ତ ଛୁଟିରେ ଥିବାବେଳେ ପୁଣି ବର୍ତ୍ତମାନ ଆଉ ଜଣେ ଶିକ୍ଷକଙ୍କର ଅନ୍ୟତ୍ର ବଦଳି କରାଯାଇଛି ବୋଲି ଜଣାପଡ଼ିବାରୁ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀଙ୍କ ସମେତ ଅଭିଭାବକ ବିଦ୍ୟାଳୟ ଫାଟକକୁ ଆଜି ତାଲା ପକାଇ ଅନିର୍ଦ୍ଦିଷ୍ଟ ସମୟ ପାଇଁ ବସିଥିବା ସୂଚନା ମିଳିଛି |