ଖୋର୍ଦ୍ଧା ବାଲିପାଟଣାରେ ହର ଘର ତ୍ରିରଙ୍ଗା ଅଭିଯାନ

ଅଭିଯାନକୁ ଉଦଘାଟନ କରିବା ସହ ତ୍ରିରଙ୍ଗା ପଦଯାତ୍ରାରେ ସାମିଲ ହେଲେ ଭୁବନେଶ୍ବର ସାଂସଦ

ଖୋର୍ଦ୍ଧା ବାଲିପାଟଣାରେ ହର ଘର ତ୍ରିରଙ୍ଗା ଅଭିଯାନ

Sambad

ଭୁବନେଶ୍ବର: ଆଜାଦୀ କା ଅମୃତ ମହୋତ୍ସବ ଅନ୍ତର୍ଗତ ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣା ଠାରେ ‘ହର ଘର ତିରଙ୍ଗା’ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ସଞ୍ଚାର ବ୍ୟୁରୋ (ସିବିସି) ପକ୍ଷରୁ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଭୁବନେଶ୍ବର ସାଂସଦ ଶ୍ରୀମତୀ ଅପରାଜିତା ଷଡ଼ଙ୍ଗୀ ଏହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏହି କାର୍ଯ୍ୟକ୍ରମ ଅବସରରେ ଏକ ତ୍ରିରଙ୍ଗା ପଦଯାତ୍ରା ଆୟୋଜନ କରାଯାଇଥିଲା। ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ ପଦଯାତ୍ରାରେ ସାମିଲ ହୋଇଥିଲେ। ସ୍ଥାନୀୟ ଜନସାଧାରଣ ମଧ୍ୟ ଏହି ପଦଯାତ୍ରାରେ ଉତ୍ସାହର ସହ ସାମିଲ ହୋଇଥିବା ଦେଖାଯାଇଥିଲା। କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଶ୍ରୀମତୀ ଷଡ଼ଙ୍ଗୀ କହିଥିଲେ ଯେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆହ୍ବାନକ୍ରମେ ସାରା ଦେଶରେ ଆଜି ହର ଘର ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି। ଏହା ସବୁ ଦେଶବାସୀଙ୍କ ପାଇଁ ଏକ ଶୁଭ ଅବସର।

ଦେଶର ସ୍ବାଧୀନତା ସଂଗ୍ରାମରେ ପ୍ରାଣବଳୀ ଦେଇଥିବା ସ୍ବାଧୀନତା ସଂଗ୍ରାମୀ ମାନଙ୍କୁ ସାଂସଦ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହି କାର୍ଯ୍ୟକ୍ରମ ଅବସରରେ ଏକ ପ୍ରଦର୍ଶନୀ ଆୟୋଜନ କରାଯାଇଥିଲା। ଏଥିରେ ସ୍ବାଧୀନତାର ଅମୃତ ମହୋତ୍ସବ ଏବଂ ସ୍ବାଧୀନତା ସଂଗ୍ରାମର ଅନାଲୋଚିତ ନାୟକଙ୍କ ବିଷୟରେ ବିଭିନ୍ନ ତଥ୍ୟ ପ୍ରଦର୍ଶିତ କରାଯାଇଛି। ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ଅଧିକାରୀ ଓ କର୍ମଚାରୀମାନେ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe