ଆସୁଛି ଦୁଇଟି ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା, ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ

Advertisment
ଆସୁଛି ଦୁଇଟି ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା, ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ

sciencing.com

ରାୟଗଡ଼ା: ମାଡ଼ି ଆସୁଛି ଲଘୁଚାପ। ପ୍ରଭାବରେ ୬ ତାରିଖରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଥିବାରୁ ରାୟଗଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର। ପ୍ରଥମ ଲଘୁଚାପ ୭ ତାରିଖରେ ସୃଷ୍ଟି ହେବ ବୋଲି ଆକଳନ କରାଯାଉଥିବା ବେଳେ ଦ୍ୱିତୀୟଟି ୧୩ କିମ୍ବା ୧୪ ତାରିଖ ଅଗଷ୍ଟରେ ହୋଇପାରେ। ପାଣିପାଗ ବିଭାଗ ଆକଳନ ଅନୁଯାୟୀ, ଉତ୍ତର ପଶ୍ଚିମ ଓ ପାଶ୍ୱବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆସନ୍ତା ୭ ତାରିଖ ବେଳକୁ ଲଘୁଚାପ ସୃଷ୍ଟି ହୋଇପାରେ। ଏବେ ମୌସୁମୀ ପ୍ରଭାବରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି ରହିଛି। ୬ ତାରିଖରୁ ବର୍ଷା ପରିମାଣ ବଢ଼ିବ। ରବିବାରଠୁ ବର୍ଷାର ମାତ୍ରା ବଢ଼ିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।

ବିଶେଷ କରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସତର୍କତା ଦୃଷ୍ଟିରେ ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆସନ୍ତା ୭ ତାରିଖରେ ମଧ୍ୟ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଶ୍ରାବଣ ମାସ ଚାଲିଥିଲେ ମଧ୍ୟ ବର୍ଷାର ପରିଣାମ କମ ଥିବାରୁ ଜିଲ୍ଲାର ଅନେକ ସ୍ଥାନରେ ଚାଷ କାମ ପ୍ରଭାବିତ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe